
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୩ ହଜାର ୭୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୯୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୨ ଲକ୍ଷ ୯୬ ହଜାର ୪୧୪ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୩୬ ହଜାର ୬୪୮ ଆକ୍ଟିଭ୍ କେସ୍ ରହିଛି।
Tags: ଆକ୍ରାନ୍ତ ଚିହ୍ନଟ, କରୋନା ଅପଡେଟ୍