ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

Published: May 9, 2021, 2:08 pm IST

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟିରେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ରେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

Related posts