କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୬ ହଜାର ୪୯୯ ଆକ୍ରାନ୍ତ ଚିହ୍ନଟ

Published: May 10, 2021, 10:33 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୬ ହଜାର ୪୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୭୪୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୬ ଲକ୍ଷ ୬୨ ହଜାର ୫୭୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୬ ଲକ୍ଷ ୭୧ ହଜାର ୨୨୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୪୫ ହଜାର ୨୩୭ ଆକ୍ଟିଭ୍‌ କେସ୍ ରହିଛି।

Related posts