Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ପରେ ଏଣିକି ବିଧାନସଭାରେ ହେବେ ମୁହାଁମୁହିଁ: ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ହେଲେ ଶୁଭେନ୍ଦୁ
ଆଜିର ଖବର

ନିର୍ବାଚନ ପରେ ଏଣିକି ବିଧାନସଭାରେ ହେବେ ମୁହାଁମୁହିଁ: ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ହେଲେ ଶୁଭେନ୍ଦୁ

May 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
SIR ସମ୍ପର୍କରେ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ଶୁଭେନ୍ଦୁ ଅଧିକାରୀ: ମମତା ବାନାର୍ଜୀଙ୍କୁ କଲେ ଟାର୍ଗେଟ
SIR ସମ୍ପର୍କରେ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ଶୁଭେନ୍ଦୁ ଅଧିକାରୀ: ମମତା ବାନାର୍ଜୀଙ୍କୁ କଲେ ଟାର୍ଗେଟ

କଲିକତା: ପଶ୍ଚିମବଙ୍ଗ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ କଡା ସଂଘର୍ଷ କରି ବିଜେପିର ଶୁଭେନ୍ଦୁ ଅଧିକାରୀ ଜିତିଛନ୍ତି। ବର୍ତ୍ତମାନ ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ପକ୍ଷରୁ ବଡ ଦାୟିତ୍ଵ ମିଳିଛି। ସେ ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ବିଜେପି ବିଧାୟକ ଦଳ ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଏହି ଦାୟିତ୍ଵ ମିଳିଛି।

ମମତାଙ୍କ ଅତି ବିଶ୍ଵସନୀୟ ମନ୍ତ୍ରୀ ଥିବା ଶୁଭେନ୍ଦୁ ଏହି ନିର୍ବାଚନ ପୂର୍ବରୁ ଦଳରୁ ବିଦାୟ ନେଇ ବିଜେପିରେ ସାମିଲ ହୋଇଥିଲେ। ସେହିଦିନ ଠାରୁ ମମତା ବାନାର୍ଜୀ ଏବଂ ଶୁଭେନ୍ଦୁ ଅଧିକାରୀଙ୍କ ମଧ୍ୟରେ ଶତ୍ରୁତା ଆରମ୍ଭ ହୋଇଯାଇଥିଲା। ଶୁଭେନ୍ଦୁଙ୍କ ବିଧାନସଭା ଆସନରୁ ପ୍ରାର୍ଥୀ ହେବା ପାଇଁ ମମତା ଘୋଷଣା କରିଦେଇଥିଲେ।

ସେପଟେ ଶୁଭେନ୍ଦୁ ମମତାଙ୍କ ଠାରୁ ହାରିଲେ ରାଜନୀତିରୁ ଅବସର ନେବେ ବୋଲି ମଧ୍ୟ ଘୋଷଣା କରିଥିଲେ। ଶେଷରେ ମୁଖ୍ୟମନ୍ତ୍ରୀଙ୍କୁ ପାଖାପାଖି ୨୦୦୦ ଭୋଟରେ ହରାଇ ଶୁଭେନ୍ଦୁ ବିଜୟ ଲାଭ କରିଥିଲେ। ହେଲେ ଏହି ଫଳାଫଳ ପରେ ମମତା ନିର୍ବାଚନ କମିଶନର ଉପରେ ଅଭିଯୋଗ ଆଣିଥିଲେ ଏବଂ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯିବେ ବୋଲି କହିଥିଲେ।

ତେବେ ତୃଣମୂଳ କଂଗ୍ରେସର ବୃହତ ବିଜୟ ପରେ ମମତା ବାନାର୍ଜୀ ଲଗାତର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେପଟେ ଶୁଭେନ୍ଦୁ ଅଧିକାରୀ ବିଧାନସଭାର ବିରୋଧୀ ଦଳ ନେତା ହୋଇଥିବାରୁ ଉଭୟଙ୍କ ମଧ୍ୟରେ ପୂର୍ବ ପରି ତର୍କ ଜାରି ରହିବ ବୋଲି କୁହାଯାଉଛି।

ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗ ବିଜେପି ବିଧାନସଭା ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.