ରାହାମା ବଜାରକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ପାଇଁ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ

Published: May 10, 2021, 11:01 pm IST

 

ରମେଶ ମହାନ୍ତି

ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହରୀ ହୁ ହୁ ହୋଇ ବଢୁଥିବା ବେଳେ ରାହାମା ବଜାରରେ ଅମାନିଆଙ୍କ ଜନଗହଳିକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଆଜି ଠାରୁ ରାହାମା ବଜାରକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ପାଇଁ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ କଟକ-ପାରାଦ୍ବୀପ ମୁଖ୍ୟ ରାସ୍ତାର ବ୍ୟବସାୟୀ ପେଣ୍ଠସ୍ଥଳୀ କୁହାଯାଉଥିବା ତିର୍ତ୍ତୋଲ ଥାନା ଅନ୍ତର୍ଗତ ରାହାମା ବଜାରରେ କିଛି ବ୍ୟବସାୟୀ ଓ ଅମାନିଆ ଲୋକ କରୋନା କଟକଣାକୁ ବେଖାତିର କରୁଥିବାରୁ ଜନଗହଳି ହେଉଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।

Related posts