Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ଅଲ୍ଟିମେଟ୍ ମେଡିକେଆରରେ ଓଡିଶାର ପ୍ରଥମ ବ୍ଲାକ ଫଙ୍ଗସ୍ ରୋଗୀ
ଆଜିର ଖବର

ସମ୍ ଅଲ୍ଟିମେଟ୍ ମେଡିକେଆରରେ ଓଡିଶାର ପ୍ରଥମ ବ୍ଲାକ ଫଙ୍ଗସ୍ ରୋଗୀ

May 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ମାରାତ୍ମକ ବ୍ଲାକ ଫଙ୍ଗସ୍ ରୋଗୀ ସମ୍ ଅଲ୍ଟିମେଟ୍ ରେ ଚିହ୍ନଟ ହୋଇଛି। ରୋଗର ବିଭିନ୍ନ ଲକ୍ଷଣ ପ୍ରକାଶ ପାଇବା ପରେ ସମ୍ପୃକ୍ତ ରୋଗୀ ଜଣକ ସମ୍ ର ଇଏନଟି ଓ ସ୍କଲ ବେସ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ରାଧାମାଧବ ସାହୁଙ୍କ ନିକଟକୁ ଚିକିତ୍ସା ପାଇଁ ଆସିଥିଲେ। ବିଭିନ୍ନ ପରୀକ୍ଷା ନିରୀକ୍ଷା ପରେ ସେ ବ୍ଲାକ ଫଂଗସ ସଂକ୍ରମିତ ଥିବା ଜଣାପଡିଛି। ସମ ଆଲଟିମେଟ ରେ ଡାକ୍ତର ସାହୁ ଓ ତାଙ୍କ ଟିମ ଚିକିତ୍ସା ଜାରି ରଖିଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଏକ ଇସ୍ତାହାର ଦ୍ଵାରା ସ୍ପଷ୍ଟ କରିଛି। ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି।

୭୧ ବର୍ଷ ବୟସ୍କ ଏହି ରୋଗୀ ମଧ୍ୟ ଉଚ୍ଚ ମଧୁମେହ ରୋଗରେ ପୀଡ଼ିତ। ଗତ ୨୦ ତାରିଖରେ ତାଙ୍କଠାରେ କୋଭିଡ୍ ଚିହ୍ନଟ ହୋଇଥିଲା ଓ ସେ ଘରେ ସଂଗରୋଧ ରେ ଥିଲେ। ତାଙ୍କର ଆଖି ହଠାତ୍ ଫୁଲିବାରୁ ଏବଂ ନାକରୁ କଳା ପାଣି ବୋହିବାରୁ ସେ ସମମ କୁ ଚିକିତ୍ସା ପାଇଁ ଶନିବାର ଦିନ ଆସିଥିଲେ। ପରୀକ୍ଷାରୁ ତାଙ୍କଠାରେ ବ୍ଲାକ୍ ଫଙ୍ଗସ୍ ରୋଗର ଲକ୍ଷଣ ଦେଖିବାକୁ ମିଳିଛି।

ଘରେ ସେ ଏକ ଅବ୍ୟବହୃତ ଏୟାର କୁଲର୍ ବ୍ୟବହାର କରିଥିଲେ ଓ ଏହାର ପାଣି ମଧ୍ୟ ବଦଳା ଯାଇନଥିଲା। ଏଥିରୁ ସଂକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ତେବେ ରୋଗୀଙ୍କ ନମୁନାକୁ ଅଧିକ ପରୀକ୍ଷା ନିମନ୍ତେ ପଠାଯାଇଥିବା ସରକାରୀ ଇସ୍ତାହାରରେ କୁହାଯାଇଛି।

ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସାହୁଙ୍କ ମତରେ, କରୋନାକୁ ହରାଇଥିବା ଡାଇବେଟିସ୍, କର୍କଟ, ହୃଦରୋଗୀ ଓ କିଡନୀ ରୋଗୀଙ୍କର ରୋଗ ପ୍ରତିରୋଧକ ଶକ୍ତି କମ ଥିଲେ ବ୍ଲାକ୍ ଫଙ୍ଗସ୍ ଆକ୍ରମଣର ସମ୍ଭାବନା ରହୁଛି। ବ୍ଲାକ୍ ଫଙ୍ଗସ୍ ହେଲେ ଆଖି ନାଲି ପଡ଼ି ଫୁଲିଯାଏ, ମୁଣ୍ଡ ବିନ୍ଧେ, ନାକରୁ କଳାରଙ୍ଗର ପାଣି ବାହାରେ ଏବଂ ପାଟିରେ ଯନ୍ତ୍ରଣା ହୁଏ। ପ୍ରାରମ୍ଭିକ ଅବସ୍ଥାରେ ଏହାର ଚିକିତ୍ସା କରିବା ନିହାତି ଦରକାର ବୋଲି ଡାକ୍ତର ସାହୁ କହିଛନ୍ତି।

ସରକାରୀ ଇସ୍ତାହାର ରେ ରୋଗୀ ମଧୁମେହ ରୋଗରେ ପୀଡ଼ିତ ଥିବାରୁ ବ୍ଲାକ ଫଙ୍ଗସ୍ ରେ ସଂକ୍ରମିତ ହୋଇଥିବା ସମ୍ଭବ ବୋଲି କୁହାଯାଇଛି। ସେ ପୁରୁଣା ଏୟାର କୁଲାର ବ୍ୟବହାର କରି ସଂକ୍ରମିତ ହୋଇଥାଇ ପାରନ୍ତି।

ଓଡିଶା ବ୍ଲାକ ଫଙ୍ଗସ୍
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.