ଷୋହଳ ଜିଲ୍ଲାରେ ଆରଟିପିସିଆର ଟେଷ୍ଟିଂ ପରୀକ୍ଷାଗାର ପାଇଁ ୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

Published: May 11, 2021, 6:16 pm IST

ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆରଟିପିସିଆର ଟେଷ୍ଟିଂ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ଟେଷ୍ଟିଂ କେନ୍ଦ୍ରଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ। ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋବାଇଓଲୋଜିଷ୍ଟ ଓ ତିନି ଜଣ ଲ୍ୟାବ ଟେକ୍ନିସିଆନଙ୍କୁ ନିୟୋଜିତ କରାଯିବ। କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

Related posts