ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୩୧କୁ ବୃଦ୍ଧି

Published: May 12, 2021, 9:57 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ  ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୬୫ ହଜାର ୧୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୮ ହଜାର ୨୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୩୧ କୁ ବୃଦ୍ଧି ହୋଇଛି।

Related posts