ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୫୧କୁ ବୃଦ୍ଧି

Published: May 13, 2021, 11:00 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୫୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ବାଲେଶ୍ଵର, ବରଗଡ, ଖୋର୍ଦ୍ଧା, ବଲାଙ୍ଗୀରି, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନାଗିରି, ନୂଆପଡା, ରାୟଗଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୭୩ ହଜାର ୬୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୩୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୫୧ କୁ ବୃଦ୍ଧି ହୋଇଛି।

Related posts