Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଯୁଦ୍ଧରେ ଜିତିଲେ ୯୮ ବର୍ଷିୟା ବୃଦ୍ଧା: ସମ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ
ଆଜିର ଖବର

କରୋନା ଯୁଦ୍ଧରେ ଜିତିଲେ ୯୮ ବର୍ଷିୟା ବୃଦ୍ଧା: ସମ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ

May 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ୍‌-୧୯ର ଦ୍ୱିତୀୟ ଲହରୀକୁ ନେଇ ସାରା ଭାରତବାସୀ ଏବେ ଭୟଭିତ। ଲକ୍‌ଡାଉନ ଓ ସଟ୍‌ଡାଉନ୍ ଭିତରେ ସମସ୍ତେ ଏବେ ଗୃହବନ୍ଦୀ। କିଏ ପୁଣି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏ ସମସ୍ତ ଭୟ ଓ ଆଶଙ୍କା ଓ ସଂକ୍ରମଣ ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଏକ ଖୁସିର ଖବର। ଭୁବନେଶ୍ୱର ସ୍ଥିତ ଏହି ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କରିଛନ୍ତି ୯୮ ବର୍ଷିୟା ଜଣେ ବୃଦ୍ଧା।

ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଂଚଳର ଅନ୍ନପୂର୍ଣ୍ଣା  ବିଶ୍ୱାଳ ନାମକ ଏହି ବରିଷ୍ଠ ନାଗରିକ ଜଣକ ଗତ ମେ ୫ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ । ବୟାସାଧିକ ଜନିତ ଅନେକ ବ୍ୟାଧି ଯେପରିକି ଫାଇଲେରିଆ, ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ସେ ପିଡିତ ଥିବାବେଳେ କରୋନା ସଂକ୍ରମିତ ହେବାପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ତାଙ୍କ ପରିବାର ଲୋକେ ତାଙ୍କୁ ସମ୍ କୋଭିଡ୍‌ରେ ଭର୍ତି କରାଇଥିଲେ। ତେବେ  ସମ୍ କୋଭିଡ୍ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀ ଓ କର୍ମକର୍ତାଙ୍କ ଅପ୍ରାଣ ଉଦ୍ୟମ, ସେବା, ଯତ୍ନ ଓ ଚିକିତ୍ସା ଫଳରେ ଅନ୍ନପୂର୍ଣ୍ଣା ସୁସ୍ଥ ହୋଇ ଘରକୁ ଫେରିଥିବାର ତାଙ୍କ ପୁଅ କୂଳମଣି ବିଶ୍ୱାଳ କହିଛନ୍ତି।

ଜେଜେମା ଘରକୁ ଫେରିବା ପରେ ଖୁସିରେ ଆତ୍ମହରା ହୋଇଉଠିଛନ୍ତି ନାତି ରାକେଶ ବିଶ୍ୱାଳ ଓ ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ। କରୋନା ହେବା ପରେ ଜେଜେମା  ଆଉ ଘରକୁ ଫେରିବେ ବୋଲି ଆମେ ବିଶ୍ୱାସ କରିନଥିଲୁ କିନ୍ତୁ ସେ ସୁସ୍ଥ ହୋଇ ଫେରିବା ପରେ ଖୁସିରେ ଆତ୍ମହରା ହୋଇ ଉଠିଛୁ ବୋଲି ନାତି ରାକେଶ।

ସେହିପରି ହସ୍ପିଟାଲର ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ ଓ କାର୍ଯ୍ୟକର୍ତାଙ୍କ ସମେତ ରୋଗୀଙ୍କ ସମ୍ପର୍କୀୟଙ୍କୁ ସମ୍ପୂର୍ଣ୍ଣ ସୂଚନା ଦେଉଥିବା ହେଲ୍ପଲାଇନ କାର୍ଯ୍ୟକର୍ତାଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ। ଜେଜେମାଙ୍କର ଖୁବ୍ ସେବା କରାଯାଇଛି ଏବଂ ହେଲ୍ପଲାଇନ ପକ୍ଷରୁ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ପରିବାରକୁ ଦିଆଯିବା ସହ ଅନେକ ସହଯୋଗ କରାଯାଉଥିବା ପ୍ରଶଂସା କରିଛନ୍ତି ରାଜଶ୍ରୀ।

କୋଭିଡ୍-19 ଚିକିତ୍ସିତ ଦ୍ୱିତୀୟ ଲହରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ବିଇଏମ୍‌ଏସ୍ ମାନ୍ୟତା: ୫ ଜିଲ୍ଲାରେ ଖୋଲିବ ଶିଶୁରୋଗ ଡିପ୍ଲୋମା

September 22, 2026

ପବନ-ପାଣିକୁ ଦେଖି ସତର୍କ ଚାଳକ, ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

September 22, 2026

ଟ୍ରକ୍‌କୁ ପଛରୁ ପିଟିଲା ବ୍ୟାଣ୍ଡପାର୍ଟି ଗାଡ଼ି, ଜଣେ ମୃତ, ୭ ଗୁରୁତର

September 22, 2026

ଓଡ଼ିଶାରେ ସରିଲା ଏସ୍‌ଆଇଆର: ତାଲିକାରୁ ବାଦ୍‌ ପଡ଼ିଲେ ୨୦ ଲକ୍ଷ

September 22, 2026
Latest News

୨ ଆସନରେ ଉପନିର୍ବାଚନ: ମମତା ଗୋଷ୍ଠୀଙ୍କ ନୂଆ ଚିହ୍ନ ‘ଫୁଟବଲ୍ ଖେଳାଳି’ ଉନ୍ମୋଚିତ

September 22, 2026

ସୋନିଆଙ୍କ ନାଗରିକତା ବିବାଦ: ପୁନଃ ଶୁଣାଣି ପାଇଁ ରାଉଜ୍ ଆଭେନ୍ୟୁ କୋର୍ଟଙ୍କ ନିର୍ଦ୍ଦେଶ

September 22, 2026

ସିଏସ୍‌କେର ମୁଖ୍ୟ କୋଚ୍ ହେଲେ ଜାହିର୍ ଖାନ୍

September 22, 2026

ଏନ୍‌ବିଇଏମ୍‌ଏସ୍ ମାନ୍ୟତା: ୫ ଜିଲ୍ଲାରେ ଖୋଲିବ ଶିଶୁରୋଗ ଡିପ୍ଲୋମା

September 22, 2026

ପବନ-ପାଣିକୁ ଦେଖି ସତର୍କ ଚାଳକ, ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.