
ଭୁବନେଶ୍ବର, ପୁଣି ଥରେ ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗର ତଥ୍ୟ ଅନୁସାରେ ଗତକାଲି 12 ହଜାର 390 ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 6 ହଜାର 938 ଆକ୍ରାନ୍ତ ଅଛନ୍ତି। ସେହିପରି ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଲା 5 ହଜାର 452 ଜଣ। ଗତକାଲିର ରିପୋର୍ଟ ଅନୁସାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥିଲା 10 ହଜାର 649। ଅର୍ଥାତ ଆଜି ପ୍ରାୟ 17 ଶହ 41 ଜଣ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।