ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି

Published: May 14, 2021, 10:58 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି କେନ୍ଦ୍ରାପଡ଼ା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ବୌଦ୍ଧ, କଟକ, ଦେବଗଡ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୮ ହଜାର ୬୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୮୨ ହଜାର ୩୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୪ ହଜାର ୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି ହୋଇଛି।

Related posts