ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୧୩ କୁ ବୃଦ୍ଧି

Published: May 16, 2021, 10:32 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଗଜପତି, କେନ୍ଦ୍ରାପଡା, ପୁରୀ, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨ ହଜାର ୪୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୭ ହଜାର ୪୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ କୁ ବୃଦ୍ଧି ହୋଇଛି।

Related posts