Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକଡାଉନରେ ଅଘୋଷିତ ବିଦ୍ୟୁତ କାଟ୍ ଯୋଗୁଁ ଲୋକେ ହନ୍ତସନ୍ତ: ଚିଲିକାରେ ଆନ୍ଦୋଳନ ପାଇଁ ଚେତାବନୀ
ଆଜିର ଖବର

ଲକଡାଉନରେ ଅଘୋଷିତ ବିଦ୍ୟୁତ କାଟ୍ ଯୋଗୁଁ ଲୋକେ ହନ୍ତସନ୍ତ: ଚିଲିକାରେ ଆନ୍ଦୋଳନ ପାଇଁ ଚେତାବନୀ

May 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ବର୍ତ୍ତମାନ ସାରା ରାଜ୍ୟରେ ଲକ ଡାଉନ ଜାରି ରହିଛି। ଲକଡାଉନ ସମୟରେ ଦିନତମାମ ଲୋକେ ଘରେ ରହୁଥିବା ବେଳେ ଯୁକ୍ତ ୨ ଛାତ୍ରଛାତ୍ରୀମାନେ ମଧ୍ୟ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ଚବିଶ ଘଣ୍ଟା ବିଦ୍ୟୁତ ସରବରାହ ଜାରି ରଖିବା ପାଇଁ ରାଜ୍ୟ ସରକାରଙ୍କ କଡା ନିର୍ଦ୍ଦେଶ ରହିଛି।

ହେଲେ ଚିଲିକାରେ ଏହାର ଘୋର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ପ୍ରତିଦିନ ବାଣପୁର ବାଲୁଗାଁ ଅଞ୍ଚଳରେ ଘଣ୍ଟା ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ କାଟ ହେଉଛି। ବିଦ୍ୟୁତ କାଟ ପାଇଁ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସମୟ ନାହିଁ।  ଦିନ ନାଇଁ କି ରାତି ନାହିଁ, କେତେବେଳେ ରାତ୍ରିରେ ତ କେତେବେଳ ଦିନ ଦ୍ବିପ୍ରହରର ଅସହ୍ୟ ଗରମ ସମୟରେ ମଧ୍ୟ ବିଦ୍ୟୁତ କାଟ୍ ହେଉଛି।

ତେବେ ଏଠି ଟିପିସିଓଡ଼ିଏଲର ପାରିବାପଣିଆ ଉପରେ ପ୍ରଶ୍ନ ଉଠୁଛି। ପ୍ରତି ମାସରେ ବିଦ୍ୟୁତ ବିଭାଗ ରକ୍ଷଣାବେକ୍ଷଣ ନାମରେ ଅନ୍ତତଃ ଗୋଟାଏ ଦିନ ପାୱାର କଟ୍ କରୁଛି। କିନ୍ତୁ ସେତିକିରେ ବି ସେମାନଙ୍କୁ ସମୟ ଅଭାବ ହେଉଛି। ଅଞ୍ଚଳରେ ସାମାନ୍ୟ ପବନ ଟିକେ ହେଲେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସରବରାହ ବନ୍ଦ ରହୁଛି। ଆଉ ଯେଉଁଦିନ ବର୍ଷା ହେଲା ସେଦିନ କଥା ନକହିବା ଭଲ। ଏପରିକି କଙ୍କଡାକୁ ଗୋଳି ପାଣି ସୁହାଇଲା ପରି ବର୍ଷା ପବନ ବିଦ୍ୟୁତ ବିଭାଗକୁ ସୁହାଉଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

ନିୟମ ଅନୁଯାୟୀ ଯଦି ବିଦ୍ୟୁତ କାଟ କରାଯିବ ତେବେ ଲୋକଙ୍କୁ ପୂର୍ବରୁ ସୂଚନା ଦିଆଯିବ।  ହେଲେ ତାହା ସେଠାରେ ଦେଖିବାକୁ ମିଳୁନି। କରୋନା ମହାମାରୀ ସମୟରେ ମଣିଷ ପ୍ରତି ମୁହୂର୍ତ୍ତରେ ଜୀବନ ଏବଂ ମୃତ୍ୟୁ ସହ ସଂଗ୍ରାମ ଜାରି ରଖିଥିବା ବେଳେ ଅଘୋଷିତ ବିଦ୍ୟୁତ କାଟ ନିଆଁରେ ଘିଅ ଢାଳିଲା ପରି କାର୍ଯ୍ୟ କରୁଛି।

ସେପଟେ ସ୍ଥାନୀୟ ପ୍ରଶାସନ କଟକଣାକୁ କଡାକଡି କରି ଲୋକଙ୍କୁ ଘରେ ରହିବାକୁ ବାଧ୍ୟ କରୁଛି। ହେଲେ ଅସହ୍ୟ ଗରମ ଯୋଗୁଁ ଲୋକେ ଘରୁ ବାହାରି ଏଣେତେଣେ ବୁଲୁଥିବା ବେଳେ ସ୍ଥାନୀୟ ପ୍ରଶାସନର ହାବୁଡରେ ମଧ୍ୟ ପଡ଼ୁଛନ୍ତି। ସେଥିପାଇଁ ଲୋକଙ୍କୁ ଜରିମାନା ମଧ୍ୟ ଦେବାକୁ ପଡୁଛି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ଉପରେ ଲୋକେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ଜରିମାନା ଆଦାୟ ପାଇଁ ସ୍ପୃହା ରଖୁଥିବା ତହସିଲଦାର, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ପୋଲିସ କାହିଁକି ଏହା ଉପରେ ଦୃଷ୍ଟି ଦେଉନାହିଁ ସେମାନେ ପ୍ରଶ୍ନ କରୁଛନ୍ତି।

ଆଉ ଏକ ଅଶୋଭନୀୟ ଘଟଣା ହେଲା ଟିପିସିଓଡ଼ିଏଲ ପକ୍ଷରୁ ଚିଲିକାରେ ଜନସାଧାରଣଙ୍କୁ ଅଭିଯୋଗ ନମ୍ବର ପ୍ରଦାନ କରାଯାଉନାହିଁ କିମ୍ବା ବାଲୁଗାଁ ବାଣପୁରରେ ଅଭିଯୋଗ ନିମନ୍ତେ ନିର୍ଦ୍ଦିଷ୍ଟ ପ୍ରକୋଷ୍ଠ ଖୋଲାଯାଉନାହିଁ। ଯାହାଦ୍ୱାରା ଜନସାଧାରଣ ମାନେ ଅଘୋଷିତ ବିଦ୍ୟୁତ କାଟର କାରଣ ଜାଣିବା ହେଉ କିମ୍ବା ଅନ୍ୟ ସମସ୍ୟା ପାଇଁ ଯୋଗାଯୋଗ କରିପାରୁନାହାନ୍ତି।

ତେବେ ଏ ସମସ୍ୟା ନେଇ ଆମ ପ୍ରତିନିଧି ଟିପିସିଓଡ଼ିଏଲ ବାଲୁଗାଁ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବ ପ୍ରସାଦ ବଳିୟାରସିଂଙ୍କୁ ଯୋଗାଯୋଗ କରିବାରୁ ସେ ଏହାର ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ଆଗକୁ ଲକଡାଉନ ଆହୁରି ବଢିବାର ସମ୍ଭାବନା ଥିବା ବେଳେ ଯଦି ବିଦ୍ୟୁତ ବିଭାଗ ବେଳ ଥାଉ ଥାଉ ବେଣୀ ନବାନ୍ଧେ ତେବେ ଚିଲିକା ନିର୍ବାଚନମଣ୍ଡଳୀର ଜନସାଧାରଣ ମାନେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏବଂ ଯଦି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୁଏ ତେବେ ତାହାପାଇଁ କେଉଁଠିନା କେଉଁଠି ସ୍ଥାନୀୟ ଏବଂ ପୋଲିସ ପ୍ରଶାସନ ଦାୟୀ ରହିବ ବୋଲି ଜନସାଧାରଣମାନେ କହିଛନ୍ତି।

ଆନ୍ଦୋଳନ ଚିଲିକା ଚେତାବନୀ ଲକଡାଉନ ସମୟ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.