ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୩୫ କୁ ବୃଦ୍ଧି

Published: May 17, 2021, 10:33 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୩୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ, ନୂଆପଡା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ଅନୁଗୁଳ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଗଜପତି ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୨ ହଜାର ୯୮୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୧୪ ହଜାର ୫୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୩୫ କୁ ବୃଦ୍ଧି ହୋଇଛି।

Related posts