ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି

Published: May 18, 2021, 10:05 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି, ରୟାଗଡା, କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀରି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୩୩ ହଜାର ୩୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨୬ ହଜାର ୩୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୪ ହଜାର ୫୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି ହୋଇଛି।

Related posts