Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ଇସ୍ତାହାର ପ୍ରକାଶ : ମହିଳାଙ୍କୁ ଦଳର ଅଗ୍ରାଧିକାର
ଆଜିର ଖବର

ବିଜେଡିର ଇସ୍ତାହାର ପ୍ରକାଶ : ମହିଳାଙ୍କୁ ଦଳର ଅଗ୍ରାଧିକାର

April 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjd supreme gives priority to women in his manifesto
bjd supreme gives priority to women in his manifesto

ବିଜୁ ଜନତା ଦଳ ପକ୍ଷରୁ ଏହାର ନିର୍ବାଚନୀ ଇସ୍ତାହାର ଘୋଷଣା କରାଯାଇଛି। ଦଳର ଏହି ଇସ୍ତାହାରରେ ମହିଳାଙ୍କୁ ପ୍ରାଧାନ୍ୟ ଦେଇଛି ବିଜୁ ଜନତା ଦଳ। ପ୍ରଥମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାରରେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନୂଆପଡ଼ା କୋମନା ନିର୍ବାଚନୀ ସଭାରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମାଆମାନେ ବିକାଶର ପ୍ରକୃତ ଡ଼ବଲ ଇଞ୍ଜିନ। ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ। ମହିଳାଙ୍କ ପାଇଁ ସହାୟତା ରାଶି ୭ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କରାଯିବ। ଏତଦବ୍ୟତୀତ ମିଶନ ଶକ୍ତିର ମହିଳାଙ୍କୁ ବାର୍ଷିକ ୫ ହଜାର କୋଟିର ସରକାରୀ କାମ ଯୋଗାଇ ଦିଆଯିବ। ଗରିବ ଝିଅମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ପାଇଁ ବିନା ସୁଧରେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ। ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ। ଝିଅମାନଙ୍କ ପାଇଁ କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମ ମାଗଣାରେ ପଢିପାରିବେ। ଦଳ ସରକାର ଗଢିଲେ ଆଶ୍ରମ ସ୍କୁଲ ପରିଚାଳନା, ଡ଼ାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମହିଳାଙ୍କୁ ନିୟୋଜିତ କରାଯିବ ବୋଲି ଦଳ ପକ୍ଷରୁ ପ୍ରକାଶିତ ଇସ୍ତାହାରରେ ଘୋଷଣା କରାଯାଇଛି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

manifesto naveen thesamikhsya women
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026
Latest News

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.