ଜଗତସିଂହପୁର ଜିଲ୍ଲାରୁ ଆଜି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୩୭

Published: May 18, 2021, 10:52 pm IST

 

ରମେଶ ମହାନ୍ତି

ଜଗତସିଂହପୁର:- ଜଗତସିଂହପୁର ଜିଲ୍ଲାରେ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିଲା କିନ୍ତୁ ଆଜି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ କମିଥିବା ଦେଖିବାକୁ ମିଳିଛି। ଜଗତସିଂହପୁର ଜିଲ୍ଲାରୁ ଆଜି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ବ୍ଲକରୁ ୨୪ଜଣ, ବିରିଡ଼ି ବ୍ଲକରୁ ୨୧ଜଣ, କୁଜଙ୍ଗ ବ୍ଲକରୁ ୨୦ଜଣ, ତିର୍ତ୍ତୋଲ ବ୍ଳକରୁ ୧୬ଜଣ, ବାଲିକୁଦା ବ୍ଲକରୁ ୧୪ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୦ଜଣ, ନାଉଗାଁ ବ୍ଲକରୁ ୭ଜଣ, ଏରସମା ବ୍ଲକରୁ ୬ଜଣ ଓ ରଘୁନାଥପୁର ବ୍ଲକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୩୬୬୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୬୩ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ୪୧ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ଜିଲ୍ଲାରୁ ୧୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୧୯୬୪ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Related posts