ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୧ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୭୮ କୁ ବୃଦ୍ଧି

Published: May 19, 2021, 10:04 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକା କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ  ବଲାଙ୍ଗୀରି ଜିଲ୍ଲା, ବରଗଡ, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ, ନୂଆପଡା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ ହଜାର ୪୦୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୩୬ ହଜାର ୫୯୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୫ ହଜାର ୩୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୭୮ କୁ ବୃଦ୍ଧି ହୋଇଛି।

Related posts