ଜଗତସିଂହପୁର ଜିଲ୍ଲାରେ ଆଜି ୩୦୨ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୫୫

Published: May 19, 2021, 9:45 pm IST

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ସର୍ବାଧିକ ୪୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୪୬ଜଣ, ଜଗତସିଂହପୁର ବ୍ଲକ ଓ ପାରାଦ୍ବୀପରୁ ୪୩ ଜଣ ଲେଖାଏଁ, ତିର୍ତ୍ତୋଲ ବ୍ଳକରୁ ୩୮ଜଣ, ବିରିଡ଼ି ବ୍ଲକରୁ ୩୨ଜଣ, ନାଉଗାଁ ବ୍ଲକରୁ ୨୧ଜଣ, ରଘୁନାଥପୁର ବ୍ଲକରୁ ୧୩ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୧ଜଣ ଓ ଏରସମା ବ୍ଲକରୁ ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୩୯୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୧୮ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ସମୁଦାୟ ୪୧ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ଜିଲ୍ଲାରୁ ୧୫୫ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୧୧୧ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Related posts