ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୨୦: ସୁସ୍ଥ ହେଲେ ୯୨୮ କରୋନା ଆକ୍ରାନ୍ତ

Published: May 20, 2021, 7:12 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୬୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ହଜାର ୬୯୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୫୨ ହଜାର ୮୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୫୩୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts