Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

May 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବଙ୍ଗୋପ ସାଗରରେ ଆସନ୍ତା କାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଉପକୂଳ ଓଡ଼ିଶାରେ ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ହୋଇପାରେ। ଏହି ଲଘୁଚାପ ଘୂର୍ଣ୍ଣିଝଡ଼ ରେ ପରିଣତ ହେଲେ ମେ ୨୬ ତାରିଖରେ ଏହା ଓଡିଶା-ପଶ୍ଚିମ ବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗର ଆକଳନ ଅନୁଯାୟୀ ଏହି ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ମେ ୨୫ ତାରିଖ ସୁଦ୍ଧା ଘୁର୍ଣ୍ଣିଝଡ଼ରେ ପରିଣତ ହେବ ବୋଲି ଆକଳନ କରାଯାଉଛି। ଏହା ମୁଖତଃ ଉତ୍ତର -ଉତ୍ତର ପଶ୍ଚିମ ଦିଗରେ ଓଡିଶା ଉପକୂଳ ମୁହାଁ ହୋଇ ଓଡିଶା -ପଶ୍ଚିମ ବଙ୍ଗ ଉପକୂଳ ଆଡକୁ ଗତି କରିବ ବୋଲି କେନ୍ଦ୍ରର ନିର୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଏହି ଘୁର୍ଣ୍ଣିଝଡ଼ ଓଡିଶାର ଭଦ୍ରକ କିମ୍ବା ବାଲେଶ୍ୱର ଜିଲ୍ଲା ଅଥବା ପଶ୍ଚିମ ବଙ୍ଗ ର ଦିଘା ଉପକୂଳ ଦେଇ ଗତି କରିପାରେ ବୋଲି ସେ କହିଛନ୍ତି। ଡକ୍ଟର ସାହୁ କହିଛନ୍ତି ଯେ ଜଳବାୟୁ ବିଜ୍ଞାନ ଅନୁଯାୟୀ ଦକ୍ଷିଣ ପଶ୍ଚିମ ମୌସୁମୀ ର ଆଗମନ ପୂର୍ବରୁ ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ଅଧିକାଂଶ ଲଘୁଚାପ ଓ ତହିଁରୁ ଉତ୍ପନ୍ନ ଘୂର୍ଣ୍ଣିଝଡ଼ ପଶ୍ଚିମବଙ୍ଗ ଅଥବା ବାଂଲାଦେଶ ଆଡକୁ ଗତି କରିଥାଏ।

ଏହି ଲଘୁଚାପ ହୁଏତ ପ୍ରବଳ ଘୁର୍ଣ୍ଣିଝଡ଼ କିମ୍ବା ଘୁର୍ଣ୍ଣିଝଡ଼ ର ରୂପ ନେଇ ଉପକୂଳ ଅତିକ୍ରମ କରିପାରେ ବୋଲି ସେ କହିଛନ୍ତି।

ତେବେ ବାତ୍ୟାର ଗତି ଏବଂ ପବନ ବେଗର ସ୍ପଷ୍ଟ ଚିତ୍ର ମେ ୨୪ ରେ ହିଁ ଜଣା ପଡିବ ବୋଲି ଡକ୍ଟର ସାହୁ କହିଛନ୍ତି। ମୌସୁମୀର ପ୍ରଭାବ ଯୋଗୁଁ ଏହି ଘୁର୍ଣ୍ଣିଝଡ଼ ବିଶେଷ ଭାବେ ଘନୀଭୂତ ନ ହୋଇପାରେ ବୋଲି ସେ କହିଛନ୍ତି।

ଯଦି ଏହା ବାତ୍ୟାର ରୂପ ନେଇ ଓଡିଶା ଉପକୂଳ ଦେଇ ଗତି କରେ ତେବେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ ରୁ ୯୦ କିଲୋମିଟର ହେବ ମାତ୍ର ଏହା ଯଦି ପ୍ରବଳ ଘୁର୍ଣ୍ଣିଝଡ଼ର ରୂପ ନିଏ ତେବେ ଏହାର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୧୦୦ କିମି ହୋଇପାରେ ବୋଲି ସେ କହିଛନ୍ତି।

ଏହି ସମୟରେ ଓଡିଶା ଉପକୂଳରେ ପବନର ଗତି ତୀବ୍ରତର ହେବା ସହ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା ଏବଂ ଯାଜପୁର ପ୍ରଭୃତି ଜିଲ୍ଲାରେ ମେ ୨୫ ତାରିଖ ରାତିରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ।

ପରବର୍ତ୍ତୀ ସମୟରେ ଏହା ବିହାର ଆଡକୁ ଗତି କରିବ ବୋଲି ଡକ୍ଟର ସାହୁ କହିଛନ୍ତି।

ଉପକୂଳ ଓଡିଶା ପ୍ରବଳ ବର୍ଷା ବଙ୍ଗୋପ ସାଗର ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.