ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି

Published: May 22, 2021, 9:48 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବାଲେଶ୍ଵର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଗଜପତି, କୋରାପୁଟ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି ହୋଇଛି।

Related posts