କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୭ ହଜାର ୨୯୯ ଆକ୍ରାନ୍ତ ଚିହ୍ନଟ

Published: May 22, 2021, 10:14 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୨ ଲକ୍ଷ ୮୯ ହଜାର ୨୯୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୨ ହଜାର ୫୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୯ ଲକ୍ଷ ୨୩ ହଜାର ୪୦୦ ଆକ୍ଟିଭ୍‌ କେସ୍ ରହିଛି।

Related posts