ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୮୪ କୁ ବୃଦ୍ଧି

Published: May 23, 2021, 10:21 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନବରଙ୍ଗପୁର, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, ଗଜପତି ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୭୭ ହଜାର ୯୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୮୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୮୪ କୁ ବୃଦ୍ଧି ହୋଇଛି।

Related posts