Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏପ୍ରିଲ୍‌ ୧୧ ରୁ ମେ ୧୯ ମଧ୍ୟରେ ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ପ୍ରକାଶ ନକରିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ଆଜିର ଖବର

ଏପ୍ରିଲ୍‌ ୧୧ ରୁ ମେ ୧୯ ମଧ୍ୟରେ ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ପ୍ରକାଶ ନକରିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

April 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ଥର ନିର୍ବାଚନ କମିଶନ ସ୍ବଚ୍ଛ ନିର୍ବାଚନ ପାଇଁ ବିଶେଷ ପ୍ରକାରର ପଦକ୍ଷେପ ନେଇଛନ୍ତି । ଏଥିନିମେନ୍ତ ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରିବା ସହିତ ଦୃଷ୍ଟାନ୍ତମୂଳକ ପଦକ୍ଷେପ ମଧ୍ୟ ନେଉଛନ୍ତି । ଏକ୍‌ଜିଟ୍‌ ପୋଲ୍‌ର ପ୍ରାସାରଣ ଉପରେ ମଧ୍ୟ  ରୋକ୍‌ ଲଗାଇଛନ୍ତି ନିର୍ବାଚନ କମିଶନ। ଏପ୍ରିଲ୍‌ ୧୧ରୁ ମେ ୧୯ ମଧ୍ୟରେ କୌଣସିବି ଏକ୍‌ଜିଟ ପୋଲ୍‌ କରାଯାଇ ପାରିବ ନାହିଁ ବୋଲି ନିର୍ବାଚନ କମିଶନ କହିଛନ୍ତି। ଏପ୍ରିଲ୍‌ ୧୧ ସକାଳ ୭ଟା ପରଠାରୁ ମେ ୧୯ ସନ୍ଧ୍ୟା ୬:୩୦ ପର୍ଯ୍ୟନ୍ତ କୌଣସି ଏକ୍‌ଜିଟ୍‌ ପୋଲ୍ ଅନୁଷ୍ଠିତ ହୋଇ ପାରିବ ନାହିଁ। କୌଣସି ବୈଦ୍ୟୁତିକ ତଥା ମୁଦ୍ରିତ ଗଣମାଧ୍ୟମ ଯଦି ଏହି ନିୟମ ଉଲଂଘନ କରନ୍ତି ତେବେ ଉକ୍ତ ଚ୍ୟାନେଲକୁ ୪୮ ଘଣ୍ଟା ପର୍ଯ୍ୟନ୍ତ ବାସନ୍ଦ କରାଯିବ। ୭ଟି ପର୍ଯ୍ୟାୟରେ ଚଳିତ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏପ୍ରିଲ୍‌ ୧୧ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମେ ୧୯ରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମେ ୨୩ ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

 

ban ec exitpoll thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026
Latest News

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.