ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୫୧୬ କୁ ବୃଦ୍ଧି

Published: May 24, 2021, 10:18 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ଗଞ୍ଜାମ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, ଅନୁଗୁଳ, କଳାହାଣ୍ଡି ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଗଜପତି, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, କଟକ, କେନ୍ଦୁଝର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩ ହଜାର ୪୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୮୯ ହଜାର ୬୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୨୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ କୁ ବୃଦ୍ଧି ହୋଇଛି।

Related posts