Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା କଟକଣାକୁ ଫୁ’: ବିବାହ କାର୍ଯ୍ୟରେ ଶତାଧିକ ଲୋକ, ନାଗୀନ୍ ନୃତ୍ୟ କଲେ ସୁକିନ୍ଦା ତହସିଲଦାର
ଆଜିର ଖବର

କରୋନା କଟକଣାକୁ ଫୁ’: ବିବାହ କାର୍ଯ୍ୟରେ ଶତାଧିକ ଲୋକ, ନାଗୀନ୍ ନୃତ୍ୟ କଲେ ସୁକିନ୍ଦା ତହସିଲଦାର

May 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଳକ ଅଞ୍ଚଳରେ କରୋନା କଟକଣାକୁ ଫୁ କରି ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାରଙ୍କ ନାଗିନ୍ ନୃତ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ ଥିବା ବେଳେ ରାଜ୍ୟ ସରକାର କରୋନା ମହାମାରୀର ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ରାଜ୍ୟରେ ଶକ୍ତ କଟକଣା ଜାରି କରିଛନ୍ତି। ଲକଡାଉନ, ସର୍ଟଡାଉନ ସହ ବିବାହ, ବ୍ରତ, ଭୋଜିଭାତ ଓ ଜନସମାବେଶ ଉପରେ ବିଭିନ୍ନ କଟକଣା ଜାରି କରାଯାଇଛି। ମାତ୍ର ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଜଗନ୍ନାଥପୁରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।

ଜଗନ୍ନାଥପୁର ଗ୍ରାମରେ ଗତ ଶୁକ୍ରବାର ରାତିରେ ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା।ବିବାହ ଉତ୍ସବରେ ୨୫ଜଣଙ୍କ ପରିବର୍ତ୍ତେ ଶତାଧିକ ଲୋକ ସାମିଲ ହୋଇଥିଲେ। ବାଜାବାଣ ଫୁଟାଇ ଶତାଧିକ ବରଯାତ୍ରୀ ଦଳ ବେଫିକର ଭାବେ ଶୋଭାଯାତ୍ରା କରିଥିଲେ। ଏହି ବରଯାତ୍ରୀ ଦଳରେ କେତେକ ହାଇପ୍ରୋଫାଇଲ ବ୍ୟକ୍ତି ଓ ପ୍ରଶାସନିକ ଅଧିକାରୀ ସାମିଲ ଥିବା ଦେଖିବାକୁ ମିଳିଥିଲା। ଏଥିରେ ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରାଙ୍କୁ ବିଭିନ୍ନ ଭାବଭଙ୍ଗିରେ ଖୋଲମ୍ ଖୋଲା ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା।

କେତେକ ପ୍ରଶାସନିକ ପଦପଦବୀରେ ଥିବା ବ୍ୟକ୍ତିମାନଙ୍କ ସହ ସୁକିନ୍ଦା ତହସିଲଦାର କରୋନା କଟକଣା ନିୟମର ଧଜିଆ ଉଡାଇ ନୃତ୍ୟ କରୁଥିବା ଭିଡିଓ ଭାଇରାଲ ହୋଇଛି। ସାମାଜିକ ଦୁରତା, ମାକ୍ସ ପରିଧାନ କଥାକୁ ପଛରେ ପକାଇ କନ୍ୟା ଘର ଆଗରେ କରୋନା କଟକଣାକୁ ଫୁ କରି ଧୂମଧାମରେ ନାଚଗୀତରେ ମସଗୁଲ ଥିବା ଦେଖିବାକୁ ମିଳିଥିଲା।ଜଗନ୍ନାଥପୁର ବଜାର ଠାରୁ ବରଯାତ୍ରୀ ଦଳ ପାଖାପାଖି ଗୋଟିଏ କିଲୋମିଟର ପର୍ଯ୍ୟନ୍ତ ବାଜାବାଣ, ଡିଜେ ବଜାଇ ଶୋଭାଯାତ୍ରା କରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚା ହୋଇଥିଲା। ଖବର ପାଇ ତିର୍ତ୍ତୋଲ ପୋଲିସର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଥିଲେ। ମାତ୍ର କୌଣସି ଅଦୃଶ୍ୟ ଚାପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନନେଇ ଫେରିଆସିଥିବା ଚର୍ଚ୍ଚା ହୋଇଛି।

ସାଧାରଣ ଲୋକ ନିୟମ ଭାଙ୍ଗିଲେ ରାସ୍ତାଘାଟରେ ପୋଲିସ ମାଡମାରି ଗାଳିଗୁଲଜ କରି ଜୋରିମାନା ଆଦାୟ କରୁଥିବା କୁହାଯାଉଥିବା ବେଳେ ବେଆଇନ ବିବାହ ଉତ୍ସବରେ ଚୁପ ରହିବାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି? ଏହାର ଉଚ୍ଚସ୍ତରୀୟ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି।

କରୋନା କଟକଣାକୁ ଫୁ ଜଗତସିଂହପୁର ଜିଲ୍ଲା ବିବାହ କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.