
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୯୬ ହଜାର ୪୨୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୫୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୯ ଲକ୍ଷ ୪୮ ହଜାର ୮୭୪ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭ ହଜାର ୨୩୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୦ ଲକ୍ଷ ୫୪ ହଜାର ୮୬୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୫ ଲକ୍ଷ ୮୬ ହଜାର ୭୮୨ ଆକ୍ଟିଭ୍ କେସ୍ ରହିଛି।