Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ବଢିଲା ସଂକ୍ରମଣ: ଏହି ଗ୍ରାମକୁ କରାଗଲା କଣ୍ଟେନମେଣ୍ଟ, ବନ୍ଦ ରହିବ ଟୀକା ଆଉ ଟେଷ୍ଟିଙ୍ଗ
ଆଜିର ଖବର

ଚିଲିକାରେ ବଢିଲା ସଂକ୍ରମଣ: ଏହି ଗ୍ରାମକୁ କରାଗଲା କଣ୍ଟେନମେଣ୍ଟ, ବନ୍ଦ ରହିବ ଟୀକା ଆଉ ଟେଷ୍ଟିଙ୍ଗ

May 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ଅଣାୟତ୍ତ ଅବସ୍ଥାରେ ଅଛି। ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନର ଶତ ଚେଷ୍ଟା ସତ୍ତ୍ୱେ ସଂକ୍ରମଣ କମିବାର ନାଁ ଧରୁନାହିଁ।  ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ୩୦ ପ୍ରତିଶତ ଅଧିକ। ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୫୦ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୪୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୭୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୪୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୬୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ବାତ୍ୟା ପରବର୍ତ୍ତୀ ପଦକ୍ଷେପ ନିମନ୍ତେ ଆସନ୍ତାକାଲି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ବନ୍ଦ ରହିବା ସହ କୋଭିଡ ଟେଷ୍ଟିଙ୍ଗ ପ୍ରକ୍ରିୟା ବନ୍ଦ ରହିବ। ଏନେଇ ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

ସେହିପରି ଭାବେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତର ନହରଡ଼ିହି ଗ୍ରାମ (୨୮ ପରିବାର) କୁ ଆସନ୍ତା ଜୁନ ୩ ତାରିଖ ରାତ୍ର ୯ ଘଟିକା ଯାଏଁ ସଂପୂର୍ଣ୍ଣ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି।

କଣ୍ଟେନମେଣ୍ଟ କରୋନା ସ୍ଥିତି ଚିଲିକା ବଢିଲା ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026
Latest News

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.