ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି

Published: May 27, 2021, 10:33 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୧୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ବୌଦ୍ଧ, ନୂଆପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନବରଙ୍ଗପୁର ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୨ ହଜାର ୭୩୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୨୩ ହଜାର ୬୨୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୪୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି ହୋଇଛି।

Related posts