ବୁଦ୍ଧ ମନ୍ଦିର ପକ୍ଷରୁ ନିଆରା ଢଙ୍ଗରେ ବୁଦ୍ଧ ପୂର୍ଣ୍ଣିମା ପାଳିତ

Published: May 27, 2021, 8:07 pm IST

ଭୁବନେଶ୍ୱର: ମହାବୋଧି ସୋସାଇଟି ଅଫ୍ ଇଣ୍ଡିଆ ଓଡ଼ିଶା ଶାଖା ପକ୍ଷରୁ ବୁଦ୍ଧ ପୂର୍ଣ୍ଣିମା ନିଆରା ଢଙ୍ଗରେ ପାଳିତ ହୋଇଯାଇଛି। କରୋନା ମହାମାରୀର ପ୍ରକୋପ ତଥା ବାତ୍ୟା ପରିପ୍ରେକ୍ଷୀରେ ସୋସାଇଟି ପକ୍ଷରୁ କଳିଙ୍ଗ ନଗରଠାରେ ଗରିବଶ୍ରେଣୀର ଲୋକଙ୍କ ମଧ୍ୟରେ ଶୁଖିଲା ଖାଦ୍ୟ ଯଥା-ଚାଉଳ, ଅଟା, ଡ଼ାଲି, ତେଲ, ଆଳୁ ଓ ପିଆଜର ପ୍ୟାକେଟ ବଣ୍ଟନ କରାଯାଇଛି।

ଏଥିସହିତ ଭୁବନେଶ୍ୱର ଓ ଛତିିଆର ତିନୋଟି ଅନାଥାଶ୍ରମ ଓ ବୃଦ୍ଧାଶ୍ରମରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମକୁ ଓଡ଼ିଶା ଶାଖାର ସମ୍ପାଦକ ଡଃ ସୌରେନ୍ଦ୍ର କୁମାର ମହାପାତ୍ର ପରିଚାଳନା କରିଥିଲେ। ସୋସାଇଟିର ସଭ୍ୟ ଡଃ କରୁଣାକର ପ୍ରଧାନ, ନମ୍ରତା ଚଢା, ନମିତା ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ।

ଓଡ଼ିଶା ଶାଖା ସଭାପତି ଡଃ ବିମଳେନ୍ଦୁ ମହାନ୍ତି, କେନ୍ଦ୍ରୀୟ ଉପସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର, ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ ଓ ବରିଷ୍ଠ ସଭ୍ୟ ବିଳମ ଦାସଙ୍କ ପ୍ରତ୍ୟକ୍ଷ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Related posts