ଜଗତସିଂହପୁର ଜିଲ୍ଲାରୁ ଆଜି ୧୮୩ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୩୩୦

Published: May 28, 2021, 9:37 pm IST

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ହୁ ହୁ ହୋଇ ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଦିନ ହେଲା କମିବାରେ ଲାଗିଛି। ଗତକାଲି ଜିଲ୍ଲାରୁ ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଜିଲ୍ଲାରୁ ୧୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ସର୍ବାଧିକ ୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୨୮ଜଣ, ତିର୍ତ୍ତୋଲ ବ୍ଲକରୁ ୨୪ଜଣ, ଏରସମା ବ୍ଲକରୁ ୨୩ଜଣ, ବାଲିକୁଦା ଓ ବିରିଡ଼ି ବ୍ଲକରୁ ୧୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ନାଉଗାଁ ବ୍ଲକରୁ ୧୭ଜଣ, ରଘୁନାଥପୁର ବ୍ଲକରୁ ୯ଜଣ, ପାରାଦ୍ଵୀପରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୬୪୬୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୬୩ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ମୋଟ୍ ୪୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ଜିଲ୍ଲାରୁ ୩୩୦ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୨୫୮ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Related posts