ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୬୮୬ କୁ ବୃଦ୍ଧି

Published: May 29, 2021, 10:32 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୮୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ଝାରସୁଗୁଡା, ସୁନ୍ଦରଗଡ ଏବଂ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ବୌଦ୍ଧ, ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ସମ୍ବଲପୁର, ସୋନପୁର ଏବଂ ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୭ ହଜାର ୧୪୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୪୭ ହଜାର ୧୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୭ ହଜାର ୨୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୮୬ କୁ ବୃଦ୍ଧି ହୋଇଛି।

Related posts