Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖବର ପ୍ରସାରଣ ପରେ ଦୃଷ୍ଟିହୀନଙ୍କୁ ମିଳିଲା ରାସନ ସାମଗ୍ରୀ: ବାଲୁଗାଁ ଏସଡିପିଓ ମଧ୍ୟ କଲେ ସାହାଯ୍ୟ
ଆଜିର ଖବର

ଖବର ପ୍ରସାରଣ ପରେ ଦୃଷ୍ଟିହୀନଙ୍କୁ ମିଳିଲା ରାସନ ସାମଗ୍ରୀ: ବାଲୁଗାଁ ଏସଡିପିଓ ମଧ୍ୟ କଲେ ସାହାଯ୍ୟ

May 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଦୃଷ୍ଟିହୀନ ହିତାଧିକାରୀଙ୍କୁ ରାସନ ସାମଗ୍ରୀ ମିଳିଛି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସାନନଇରୀ ପଞ୍ଚାୟତର ଦୃଷ୍ଟିହୀନ ବ୍ୟକ୍ତି ଯୋଗେନ୍ଦ୍ର ବେହେରା ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହେଉଥିଲେ। ଗତକାଲି ଏନେଇ ଏକ ଖବର ସମୀକ୍ଷା ନିୟୁଜରେ ପ୍ରସାରଣ କରାଯାଇଥିଲା। ତେବେ ଖବର ପ୍ରସାରଣ ପରେ ତତ୍ପର ହୋଇଉଠିଛି ସ୍ଥାନୀୟ ବ୍ଲକ ପ୍ରଶାସନ। ଆଜି ସକାଳୁ ଚିଲିକା ବିଡ଼ିଓ ଡ଼ା. ସୁଷମା ବାରିକଙ୍କ ନିର୍ଦ୍ଦେଶକ୍ରମେ ଯୋଗେନ୍ଦ୍ରଙ୍କୁ ତାଙ୍କ ପ୍ରାପ୍ୟ ରାସନ ଚାଉଳ ପ୍ରଦାନ କରାଯାଇଅଛି।

ବିଡ଼ିଓଙ୍କ କହିବା ମୁତାବକ ଇ-ପିଓଏସ ଯନ୍ତ୍ରଟି ବିଗତ ଚାରିଦିନ ହେଲା ଖରାପ ଥିବାରୁ ଏହାକୁ ମରାମତି ନିମନ୍ତେ ଖୋର୍ଦ୍ଧା ପଠାଯାଇଥିଲା। ତେବେ ଗତକାଲି ସଂନ୍ଧ୍ୟାରେ ଯନ୍ତ୍ର ମରାମତି ହୋଇ ଆସିଲାପରେ ଆଜି ଯୋଗେନ୍ଦ୍ରଙ୍କୁ ରାସନ ସାମଗ୍ରୀ ଦିଆଯାଇଛି।

ଅନୁରୂପଭାବେ ଯୋଗେନ୍ଦ୍ରଙ୍କ ଅସୁବିଧାକୁ ହୃଦୟଙ୍ଗମ କରି ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ମଧ୍ୟ ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି। ଆଜି ପୂର୍ବାହ୍ନରେ ବାଲୁଗାଁ ଏସଡ଼ିପିଓ ଙ୍କ ନିର୍ଦ୍ଦେଶକ୍ରମେ ଖୋଦ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଯୋଗେନ୍ଦ୍ରଙ୍କ ଘରକୁ ଯାଇ ରନ୍ଧା ଖାଦ୍ୟ ସହ ପନିପରିବା, ଚୁଡା, ଚିନି, ସୋୟାବିନ ବଡି, ଚାଉଳ ଏବଂ କିଛି ପଇସା ମଧ୍ୟ ପ୍ରଦାନ କରିଛନ୍ତି। ଏସଡ଼ିପିଓ ଏବଂ ଫାଣ୍ଡି ଅଧିକାରୀଙ୍କ ଏପରି କାର୍ଯ୍ୟକୁ ଚାରିଆଡୁ ପ୍ରଶଂସା କରାଯାଉଛି।

ସୂଚନା ଥାଉକି ଲକଡ଼ାଉନ ପ୍ରାରମ୍ଭରୁ ବାଲୁଗାଁ ଏସଡ଼ିପିଓ ଅସହାୟଙ୍କ ନିମନ୍ତେ ସେବା କାର୍ଯ୍ୟ ଜାରି ରଖିଛନ୍ତି। ସରକାରୀ ରାସନ ସହ ପୋଲିସ ଦ୍ୱାରା ପ୍ରଦାନ କରାଯାଇଥିବା ଖାଦ୍ୟ ସାମଗ୍ରୀ ପାଇ ଯୋଗେନ୍ଦ୍ରଙ୍କ ପରିବାର ବର୍ତ୍ତମାନ ବେଶ୍ ଖୁସି ହୋଇପଡିଛନ୍ତି। ଏଥିପାଇଁ ସେ ଜିଲ୍ଲା ପ୍ରଶାସନ, ଚିଲିକା ବିଡ଼ିଓ, ବାଲୁଗାଁ ଏସଡ଼ିପିଓଙ୍କୁ ଅନ୍ତରରୁ ଧନ୍ୟବାଦ ଦେଇଛନ୍ତି।

ଖବର ପ୍ରସାରଣ ଦୃଷ୍ଟିହୀନ ବାଲୁଗାଁ ଏସଡ଼ିପିଓ ରାସନ ସାମଗ୍ରୀ ସମୀକ୍ଷା ନିୟୁଜ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Latest News

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.