ଚଳିତ ବର୍ଷ ୩ ଦିନ ବିଳମ୍ବରେ ପହଞ୍ଚିବ ମୌସୁମୀ: ସାମାନ୍ୟ ବର୍ଷା ହେବା ନେଇ ଅନୁମାନ

Published: May 30, 2021, 8:52 pm IST

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ତିନି ଦିନ ବିଳମ୍ବରେ ପହଞ୍ଚିବ। ଆସନ୍ତା ୩ ତାରିଖ ଦିନ କେରଳରେ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଜୁନ ୧ ତାରିଖରୁ ଦକ୍ଷିଣ ପଶ୍ଚିମ ବାୟୁ ବହିବା ଆରମ୍ଭ କରିବ। ଏହାଦ୍ବାରା କେରଳ ଏବଂ ଆଖ ପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏପରିକି ୩ ତାରିଖ ଦିନ କେରଳରେ ମୌସୁମୀ ସ୍ପର୍ଶ କରିବ ବୋଲି ଆଶା କରାଯାଉଛି।

ଉଲ୍ଲେଖ ଯୋଗ୍ୟ ଯେ, ପ୍ରତ୍ୟେକ ବର୍ଷ ମେ’ ୩୧ ତାରିଖ ସୁଦ୍ଧା କେରଳରେ ମୌସୁମୀ ପହଞ୍ଚି ଯାଇଥାଏ। କିନ୍ତୁ ଚଳିତ ବର୍ଷ ୩ ଦିନ ବିଳମ୍ବରେ ପହଞ୍ଚିବା ନେଇ ଆକଳନ କରାଯାଇଛି। ଚଳିତ ବର୍ଷ ମୌସୁମୀ ବର୍ଷା ସାମାନ୍ୟ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

Related posts