Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଙ୍ଗଲି କନ୍ଦା ସଂଗ୍ରହ କରିବାକୁ ଯାଇ ବଡମାଳରେ ହାତୀ ଆକ୍ରମଣରେ ଜଣେ ମୃତ
ଆଜିର ଖବର

ଜଙ୍ଗଲି କନ୍ଦା ସଂଗ୍ରହ କରିବାକୁ ଯାଇ ବଡମାଳରେ ହାତୀ ଆକ୍ରମଣରେ ଜଣେ ମୃତ

May 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ଅପରାହ୍ନରେ ରେଢାଖୋଲ ରେଞ୍ଜ ଅଧିନସ୍ଥ ଘୋଷରାମାଳ ପଂଚାୟତର ବଡମାଳ ଗ୍ରାମର ଜଣେ ବୃଦ୍ଧ ଲୁହାପଙ୍କ ସେକ୍ସନର ଦଲକି ଖେସଡା ଜଙ୍ଗଲକୁ ଜଙ୍ଗଲି କନ୍ଦା ସଂଗ୍ରହ ପାଇଁ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡରେ ପଡି ମୃତ୍ୟୁ ବରଣ କରିଥିବା ଖବର ହସ୍ତଗତ ହୋଇଛି।

ଖବରରୁ ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ ଘୋଷରାମାଳ ପଂଚାୟତର ବଡମାଳ ଗ୍ରାମର ଭାର୍ଜିଲ୍ ଲାକଡା (୫୬) ନାମକ ବ୍ୟକ୍ତି ଗ୍ରାମର କେତେଜଣ ଲୋକମାନଙ୍କ ସହ ରେଢାଖୋଲ ରେଞ୍ଜ ଅଧୀନସ୍ଥ ଲୁହାପଙ୍କ ସେକ୍‌ସନ୍ ଦଲକି ଖେସଡା ଜଙ୍ଗଲକୁ ଜଙ୍ଗଲି କନ୍ଦା ସଂଗ୍ରହ ପାଇଁ ଯାଇଥିଲେ। ପାଖାପାଖି ଅପରାହ୍ନ ୩ ଟା ସମୟରେ ସେମାନେ ଏକ ଦନ୍ତା ହାତୀ ହାବୁଡରେ ପଡିଯାଇ ଥିଲେ। ଅନ୍ୟମାନେ ଦଉଡି ପଳାଇ ଯାଇଥିବା ବେଳେ ଭାର୍ଜିଲ ଲାକଡା ଦଉଡି ନ ପାରି ହାତୀ ହାବୁଡରେ ପଡି ଯାଇଥିଲେ। ହାତୀଟି ଭାର୍ଜିଲ କୁ ଦଳି ଚକଟି ମାରି ଦେଇ ପଳାଇ ଯାଇଥିଲା।

ମୃତ ବ୍ୟକ୍ତିର ଖଣ୍ଡ ବିଖଣ୍ଡିତ ଶରୀର ବିଭିନ୍ନ ଅଂଶକୁ ବନବିଭାଗ ଜବତ କରିଛି। ଶବକୁ ବ୍ୟବଚ୍ଛେଦ ପାଇଁ ରେଢାଖୋଲ ଡାକ୍ତରଖାନାକୁ ପଠାଇଛି ବନ ବିଭାଗ। ଖବର ପାଇ ବନବିଭାଗର ଫରେଷ୍ଟର ଧର୍ମୁ ପ୍ରଧାନ, ଫରେଷ୍ଟଗାର୍ଡ ଅଜିତ୍ କୁମାର ସାହୁ, କିଶୋର ପ୍ରଧାନ ପ୍ରମୁଖ ଘଟଣା ସ୍ଥଳରେ ପହଂଚିଥିଲେ। ମୃତ୍ୟୁ ବରଣ କରିଥିବା ବ୍ୟକ୍ତିର ପରିବାରକୁ ସରକାରଙ୍କ ତରଫରୁ ମିଳୁଥିବା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ବନବିଭାଗ ପ୍ରକାଶ କରିଛି।

ସୂଚନା ଯୋଗ୍ୟ ଯେ ,ନିକଟ ଅତୀତରେ ରେଢାଖୋଲ ଉପଖଣ୍ଡ ନାକଟିଦେଉଳି ବ୍ଲକ୍ ବାଟଗାଁ ପଂଚାୟତ ବସାଲଇ ଗ୍ରାମର ଗରିଆଟୁପା ଖମଣ ଜଙ୍ଗଲରେ ଗ୍ରାମର ବିରଂଚି ବାଦୀ(୬୦) ନାମକ ବୃଦ୍ଧକୁ ହାତୀ ଦଳି ଦେଇଥିଲା। ଗତ ବର୍ଷ ଜୁନ୍ ୨୦ ତାରିଖରେ ବିନ୍ଧପୁର ଗ୍ରାମର ଓାର୍ଡ ସଭ୍ୟ ସୁରେଶ ପ୍ରଧାନଙ୍କୁ ହାତୀ ଆକ୍ରମଣ କରିଥିଲା। ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା ହେଲେ ତାଙ୍କର ସେଠାରେ ମୃତ୍ୟୁ ହୋଇଯାଇଥିଲା, ବାଟଗାଁ ପଂଚାୟତର ହିନ୍ତସରା ଗ୍ରାମର ପ୍ରମିଳା ଦେହୁରୀ (୬୨)ଙ୍କୁ ହାତୀ ମାରିଦେଇଥିବା ବେଳେ ଗତ ତା ୨୩/୫ /୨୦୨୦ ରେ ବେଠୀଆବେନୀ ଗ୍ରାମର ପତ୍ର ତୁଳାଳି ଦମୟନ୍ତୀ ଦେହୁରୀ(୬୫)ଙ୍କୁ ହାତୀ ଦଳୀଦେଇଥିଲା। ୨୦୧୪ ରେ ଚଡଚଡି ଗ୍ରାମର ବୃଦ୍ଧା ଜଣଙ୍କୁ, ୨୦୧୫ ରେ ଅଙ୍ଗାବିରା ଗ୍ରାମରେ ଜଣେ ଯୁବକଙ୍କୁ, ୨୦୧୬ ରେ ପ୍ରତାପପୁର ଗ୍ରାମରେ ଜଣେ ବୃଦ୍ଧଙ୍କୁ, ୨୦୧୯ ରେ ବିନ୍ଧପୁର ଗ୍ରାମରେ ଜଣେ ବୃଦ୍ଧା, ୨୦୧୯ରେ ଡାହିମାଳ ଗ୍ରାମରେ ମଧ୍ୟ ଜଣେ ବୃଦ୍ଧଙ୍କୁ ହାତୀ ମାରିଦେଇଥିଲା।

ଏମିତି ବାରମ୍ବାର ରେଢାଖୋଲ ଅଂଚଳରେ ହାତୀ ହାବୁଡରେ ପଡି ବହୁ ଧନ ଜୀବନ ଯାଉଥିବାର ନଜିର ରହିଛି। ଦିକୁ ଦିନ ଜଙ୍ଗଲ ଧ୍ୱଂସ ପାଇବା ଫଳରେ ହାତୀମାନେ ଗାଁ ଆଡକୁ ମାଡି ଆସୁଛନ୍ତି। ଦନ୍ତା ହାତୀକୁ ଘଉଡାଇବାକୁ ବନ ବିଭାଗ ଚେଷ୍ଟା ଚଳାଇଛି।

ଜଣେ ମୃତ ହାତୀ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.