
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୧୨୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୦ ଲକ୍ଷ ୪୭ ହଜାର ୫୩୪ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୬ ଲକ୍ଷ ୯୨ ହଜାର ୩୪୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୦ ଲକ୍ଷ ୨୬ ହଜାର ୯୨ ଆକ୍ଟିଭ୍ କେସ୍ ରହିଛି।