ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮୧୧: ସୁସ୍ଥ ହେଲେ ୧୦୪୬ କରୋନା ଆକ୍ରାନ୍ତ

Published: May 31, 2021, 6:44 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୪୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୭୮୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୬୪ ହଜାର ୧୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୨୫୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୩୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts