
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୭ ହଜାର ୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୧ ଲକ୍ଷ ୭୫ ହଜାର ୪୪ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୮ ଲକ୍ଷ ୯୫ ହଜାର ୫୨୦ ଆକ୍ଟିଭ୍ କେସ୍ ରହିଛି।