Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା କରୋନା ଅପଡେଟ୍: ଏହି ଗ୍ରାମରେ ଲାଗିଲା କଟକଣା, ଆସନ୍ତାକାଲି ବାଲୁଗାଁରେ ଦିଆଯିବ ଟୀକା
ଆଜିର ଖବର

ଚିଲିକା କରୋନା ଅପଡେଟ୍: ଏହି ଗ୍ରାମରେ ଲାଗିଲା କଟକଣା, ଆସନ୍ତାକାଲି ବାଲୁଗାଁରେ ଦିଆଯିବ ଟୀକା

June 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ହ୍ରାସ ପାଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂକ୍ରମଣର ଅଧା। ଚିହ୍ନଟ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୧ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୫୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୪ ଜଣ, ଚିଲିକା ବ୍ଲକରୁ ୧୬ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୮ ଜଣ, ଚିଲିକା ବ୍ଲକରେ ୧୩୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

କରୋନା ସଂକ୍ରମଣକୁ ରୋକିବା ପାଇଁ ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ଆଜି ବାଣପୁର ବ୍ଲକ ବିଷ୍ଣୁଡିହ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖଣତ ଗ୍ରାମର ନାରାୟଣ ପ୍ରଧାନଙ୍କ ଘରଠାରୁ ରାଜକିଶୋର ପ୍ରଧାନଙ୍କ ଘର ପର୍ଯ୍ୟନ୍ତ ଅଞ୍ଚଳକୁ (୧୨୧ଘର) ଆଜି ସନ୍ଧ୍ୟା ୭ ଘଟିକାରୁ ଆସନ୍ତା ଜୁନ ୧୦ ତାରିଖ ରାତି ୯ ଘଟିକା ଯାଏଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଲୁଗାଁରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟ ରେ ୧୦୦ ଜଣ, ନଇରୀ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୦ ଜଣ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୯୦ ଜଣ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.