Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୁରୁତର ବ୍ୟକ୍ତି ଭୁବନେଶ୍ବର ସ୍ଥାନାନ୍ତର
ଆଜିର ଖବର

ବାଣପୁର ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୁରୁତର ବ୍ୟକ୍ତି ଭୁବନେଶ୍ବର ସ୍ଥାନାନ୍ତର

June 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି।

ସୂଚନା ମୁତାବକ ଆଜି ରାତି ୮.୩୦ ଘଟିକାରେ ଗାଲୁଆ ପଞ୍ଚାୟତ ଅନ୍ତର୍ଗତ ବିଧାରପୁର ଗ୍ରାମର ଚନ୍ଦ୍ରମଣି ପରିଡା (୬୧) ବାଣପୁର ପେଟ୍ରୋଲ ପମ୍ପରୁ ଏକ ବୋତଲରେ ପେଟ୍ରୋଲ ଭର୍ତ୍ତିକରି ଚାଲିଚାଲି ନିଜ ଗ୍ରାମକୁ ଯାଉଥିଲେ।

ଠିକ ଏହି ସମୟରେ ଦୃତ ଗତିରେ ଏକ ପଲସର ବାଇକ ( ଗାଡି ନଂ-ଓଡ଼ି- ୦୨- ଏ.ଏକ୍ସ ୬୨୫୧) ଆସି ହଠାତ୍ ଚନ୍ଦ୍ରମଣିଙ୍କୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଉକ୍ତ ବାଇକରେ ତିନି ଜଣ ବସିଥିବାର ସୂଚନା ମିଳିଛି। ଚନ୍ଦ୍ରମଣିଙ୍କ ମସ୍ତିଷ୍କରେ ପ୍ରବଳ ଆଘାତ ଲାଗିବା ସହ ବାମ ଗୋଡ ଏବଂ ଶରୀର ସାରା କ୍ଷତବିକ୍ଷତ ହୋଇଯାଇଛି।

ତେବେ ଦୁର୍ଘଟଣାସ୍ଥଳରେ ଚନ୍ଦ୍ରମଣିଙ୍କ ପ୍ରଚୁର ରକ୍ତସ୍ରାବ ହୋଇଥିବା ହେତୁ ସେ ଅଚେତ ହୋଇ ତଳେ ପଡିଯାଇଥିଲେ। ସଙ୍ଗେସଙ୍ଗେ ସ୍ଥାନୀୟଲୋକେ ଚନ୍ଦ୍ରମଣିଙ୍କ ଆଶୁ ଚିକିତ୍ସା ପାଇଁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିବାବେଳେ ତାଙ୍କ ଅବସ୍ଥା ସଂକଟପନ୍ନ ଥିବାରୁ ଡାକ୍ତର ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ କରିଦେଇଛନ୍ତି।

ଅପରପକ୍ଷେ ଦୁର୍ଘଟଣା ଘଟାଇଥିବା ବାଇକକୁ ବାଣପୁର ପୋଲିସ ଜବତ କରିଥିବାବେଳେ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି। ତେବେ ବାଣପୁର ବଜାରରେ କେତେକ ଅମାନିଆମାନେ ଅତି କ୍ଷିପ୍ର ଗତିରେ ବାଇକ ଚଲାଉଥିବାରୁ ଏହିପରି ଦୁର୍ଘଟଣାମାନ ବାରମ୍ବାର ଘଟୁଥିବାର ଅଞ୍ଚଳବାସି ଅଭିଯୋଗ କରିଛନ୍ତି।

ଅନୁରୂପ ଭାବେ ବାଣପୁର ପୋଲିସ ଏପରି ଅମାନିଆଙ୍କୁ ଆଇନ ଅନୁଯାୟୀ ଦଣ୍ଡିତ କରିବା ସହ ସହରରେ ଯାନବାହାନର କ୍ଷିପ୍ରଗତି ଉପରେ ଅଙ୍କୁଶ ଲଗାଇବା ପାଇଁ ଯଥାଶୀଘ୍ର ପଦକ୍ଷେପ ନେବାପାଇଁ ବୁଦ୍ଧିଜୀବୀ ମାନେ ଦାବି କରିଛନ୍ତି।

ବାଣପୁର ମର୍ମନ୍ତୁଦ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.