ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୮୩୧ କୁ ବୃଦ୍ଧି

Published: Jun 2, 2021, 10:35 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ ୪ ଜଣ, ବୌଦ୍ଧ ଏବଂ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଦେବଗଡ, ସମ୍ବଲପୁର, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର ଓ  ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୯୨ ହଜାର ୨୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୭ ହଜାର ୨୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ କୁ ବୃଦ୍ଧି ହୋଇଛି।

Related posts