ଚାଣକ୍ୟ ନୀତି: ସଫଳତା ପାଇଁ କୁକୁଡାଠାରୁ ମଣିଷ ଚାରୋଟି କଥା ଶିକ୍ଷା କରିବା ଉଚିତ

Published: Jun 2, 2021, 11:59 pm IST

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବିଭିନ୍ନ ପଶୁପକ୍ଷୀମାନଙ୍କ ଠାରୁ ମଧ୍ୟ କିଛି ଶିକ୍ଷାଲାଭ କରିବାର ଆବଶ୍ୟକତା ରହିଛି। ସେଥିରେ ସେ କୁକୁଡାଠାରୁ କିପରି ଚାରୋଟି ଗୁଣ ମଣିଷମାନେ ଶିକ୍ଷା କରିବା ଦରକାର ତାହା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ କୁକୁଡାଠାରୁ ସକାଳୁ ଉଠିବା ମଣିଷମାନେ ଶିଖିବା ଉଚିତ। ଏଥିସହିତ ବିପଦର କିପରି ମୁକାବିଲା କରାଯାଏ ତାହା କୁକୁଡାକୁ ଭଲ ଭାବରେ ଜଣା। ତାହା ମଧ୍ୟ ଶିକ୍ଷା କରିବା ଉଚିତ।

ସେହିପରି ଆଉ ଦୁଇଟି ଗୁଣ ହେଲା ଖାଦ୍ୟକୁ ଭାଗ କରି ଖାଇବା ଏବଂ ନିଜ ଖାଦ୍ୟ ସଂଗ୍ରହ କରିବା। କୁକୁଡାମାନେ ଖାଦ୍ୟ ଖାଇବା ବେଳେ ଅନ୍ୟ କୁକୁଡା ସହିତ ଭାଗ କରି ଖାଆନ୍ତି। କଜିଆ କରନ୍ତି ନାହିଁ। ସେହିପରି କୁକୁଡାମାନେ ସାଧାରଣତଃ ନିଜ ଖାଦ୍ୟ ନିଜେ ଖୋଜିବାକୁ ଭଲ ପାଆନ୍ତି। ଏହି ଗୁଣଗୁଡିକ ସାଧାରଣ ମଣିଷ ମଧ୍ୟ ଶିଖିବା ଉଚିତ ବୋଲି ଚାଣକ୍ୟ କହିଛନ୍ତି।

Related posts