ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୮୭୩ କୁ ବୃଦ୍ଧି

Published: Jun 3, 2021, 10:11 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡା ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ବାଲେଶ୍ଵର, ବଲାଙ୍ଗୀରି, ଦେବଗଡ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଭଦ୍ରକ, ଗଞ୍ଜାମ ଓ ପୁରୀ  ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨ ହଜାର ୬୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୫ ହଜାର ୪୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ କୁ ବୃଦ୍ଧି ହୋଇଛି।

Related posts