ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮୯୮: ସୁସ୍ଥ ହେଲେ ୧୨୨୮ କରୋନା ଆକ୍ରାନ୍ତ

Published: Jun 3, 2021, 7:47 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୭୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୭୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୬୭ ହଜାର ୫୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ହଜାର ୬୫୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts