Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ଓଭର ବ୍ରିଜ୍ ଉପରେ ଡିଭାଇଡରକୁ ଧକ୍କା ଦେଲା ଅଟୋ: ଶ୍ଵଶୁର ମୃତ, ବୋହୁ ଗୁରୁତର
ଆଜିର ଖବର

ନାଚୁଣୀ ଓଭର ବ୍ରିଜ୍ ଉପରେ ଡିଭାଇଡରକୁ ଧକ୍କା ଦେଲା ଅଟୋ: ଶ୍ଵଶୁର ମୃତ, ବୋହୁ ଗୁରୁତର

June 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ଓଭର ବ୍ରିଜ୍ ଉପରେ ଡିଭାଇଡରକୁ ଧକ୍କା ଦେଲା ଅଟୋ: ଶ୍ଵଶୁର ମୃତ, ବୋହୁ ଗୁରୁତର
ନାଚୁଣୀ ଓଭର ବ୍ରିଜ୍ ଉପରେ ଡିଭାଇଡରକୁ ଧକ୍କା ଦେଲା ଅଟୋ: ଶ୍ଵଶୁର ମୃତ, ବୋହୁ ଗୁରୁତର

ସୀତାରାମ ଅଗ୍ରୱାଲ
ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନାଚୁଣୀ ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଶ୍ଵଶୁରଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁଯାୟୀ, ବାଣପୁର ଥାନା ଆୟତପୁର ନିକଟସ୍ଥ ପାତ୍ରପୁର ଗ୍ରାମର ଗୋଟିଏ ପରିବାରର ସଦସ୍ୟମାନେ ଅଟୋ ଦ୍ଵାରା ନୟାଗଡ ସ୍ଥିତ ଡିମିସିର ଯାଉଥିଲେ। ହେଲେ ଅଟୋଟି ବେପରୁଆ ଗାଡି ଚାଳନ ତଥା ଦ୍ରୁତଗତି ଲାଗି ଭାରସାମ୍ୟ ହରାଇ ନାଚୁଣୀ ଓଭର ବ୍ରିଜ୍ ଉପରେ ଏକ ଡିଭାଇଡର ସହ ଧକ୍କା ହୋଇଥିଲା। ଫଳରେ ଅଟୋ ଟି ଘଟଣାସ୍ଥଳରେ ଓଲଟି ପଡିଥିଲା। ଯେଉଁଥିରେ ରାମକୃଷ୍ଣ ବିଷୋଇ (୭୦) ନାମକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏବଂ ରାମକୃଷ୍ଣଙ୍କ ବୋହୁ ମଞ୍ଜୂବାଳା (୪୫) ଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ଡାକ୍ତର ତାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତରିତ କରିଛନ୍ତି। ସେହିଭଳି ଅଟୋରେ ଥିବା ଛୋଟ ଛୋଟ ଶିଶୁମାନେ ମଧ୍ୟ ଆହତ ହୋଇଥିବା ଜଣାପଡିଛି।

ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବାଣପୁର ପଠାଇଦେଇଛନ୍ତି। ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ଓଭର ବ୍ରିଜ୍ ନାଚୁଣୀ ବୋହୁ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.