
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୨ ହଜାର ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୫ ଲକ୍ଷ ୭୪ ହଜାର ୩୫୦ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୫ ଲକ୍ଷ ୫୯୬ ହଜାର ୧୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୬ ଲକ୍ଷ ୩୫ ହଜାର ୯୯୩ ଆକ୍ଟିଭ୍ କେସ୍ ରହିଛି।