ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୯୫୨ କୁ ବୃଦ୍ଧି

Published: Jun 5, 2021, 11:36 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ,  ଝାରସୁଗୁଡା ଏବଂ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, ବରଗଡ, ଓ ଦେବଗଡ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, ନୟାଗଡ, କନ୍ଧମାଳ  ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨୪ ହଜାର ୪୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮ ହଜାର ୬୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୨ କୁ ବୃଦ୍ଧି ହୋଇଛି।

Related posts