ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୯୯୪ କୁ ବୃଦ୍ଧି

Published: Jun 6, 2021, 11:21 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୯୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି ଏବଂ ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଜପତି, ମୟୂରଭଞ୍ଜ, ରାୟଗଡା, ସୁନ୍ଦରଗଡ ଓ  ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଯାଜପୁର, କନ୍ଧମାଳ, କୋରାପୁଟ,ମାଲକାନାଗିରି, ନୂଆପଡା, ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୩ ହଜାର ୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୩୨ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮ ହଜାର ୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୯୪ କୁ ବୃଦ୍ଧି ହୋଇଛି।

Related posts